Below header

ଆଜିଠାରୁ ପୁଣି ବଦଳିବ ପାଗ, ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪ରୁ ୬ ତାରିଖ ମଧ୍ୟରେ ବର୍ଷା

କେନ୍ୟୁଜ୍: ଆଜିଠାରୁ ପୁଣି ବଦଳିବ ପାଗ। ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ପାଗ ବଦଳିବା ସହ ୪ରୁ ୬ ତାରିଖ ମଧ୍ୟରେ ବର୍ଷା ହେବ। ୪ ତାରିଖରେ ଅଳ୍ପ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୫ରୁ ୬ ତାରିଖ ମଧ୍ୟରେ ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ। ବର୍ଷା ପାଇଁ ସତର୍କ ରହିବାକୁ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତକାଲି ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୫ଡିଗ୍ରୀ ରେକର୍ଡ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.