Below header

ଆସନ୍ତାକାଲିଠୁ ୮ଯାଏ ରାଜ୍ୟରେ ମେଘୁଆ ପାଗ ସହ କେତେକ ସ୍ଥାନରେ ହେବ ବର୍ଷା, ୫ ତାରିଖରେ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୯ ତାରିଖରୁ ରାଜ୍ୟରେ ବଢିବ ତାତି। ୩ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମେଘୁଆ ପାଗ ରହିବା ସହ କେତେକ ସ୍ଥାନରେ ହାଲୁକା ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୪ରେ ବର୍ଷା ପରିମାଣ ବଢିବ। ୫ ତାରିଖରେ ୧୦ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାପରେ ତାତି ବଢିବ। ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ସମ୍ଭାବନା ଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ଘଣ୍ଟାରେ ମାଲକାନଗିରିରେ ସର୍ବାଧିକ ୩୫.୨ ତାପମାତ୍ରା ରେକର୍ଡ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.