ପୁଣି ଭିଜିବ ଓଡିଶା, ଆସନ୍ତା ୨୦ରେ ଆସୁଛି ଲଘୁଚାପ!

ଭୁବନେଶ୍ୱର(କେନ୍ୟୁଜ୍):୨୦ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୧୮ ତାରିଖ ବେଳକୁ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ୨୦ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।

ସେପେଟ ରାଜ୍ୟରୁ ମୌସୁମୀ ଫେରିଯିବ । ଏଥିପାଇଁ ପାଗ ଅନୁକୂଳ ରହିଛି । ଦୁଇ ଦିନ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏପଟେ ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ବାତ୍ୟା ନେଇ ବିଭିନ୍ନ ବିଦେଶୀ ସଂସ୍ଥା ପୂର୍ବାନୁମାନ କରୁଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.