ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା! କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା। ଅନ୍ୟ ଗୋଟିଏ ଦୁଇଟି ଜିଲ୍ଲାରେ ମଧ୍ୟ ବର୍ଷା ହୋଇପାରେ । କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ଘଡ଼ଘଡ଼ି ସହ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

rainକୋରାପୁଟ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାରେ ସତର୍କତା ଅବଲମ୍ବନ କରାଯାଇଛି । ଅପରାହ୍ନରେ ପାଗ ମେଘୁଆ ରହିବା ସହ ପ୍ରବଳ ବର୍ଷା ହୋଇଛି । ପାଣିପାଗ ବିଭାଗ ପକ୍ଷରୁ କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ନଦୀ ତଟବର୍ତ୍ତୀ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସଜାଗ ରହିବାକୁ କୁହାଯାଇଛି । ସମସ୍ତ ବ୍ଲକର ବିଡିଓ ଏବଂ ତହସିଲଦାରଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.