ଆସନ୍ତା ୫ ଦିନ ବର୍ଷା ! ୯ ଜିଲ୍ଲାକୁ ସତର୍କତା

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏହାର ପ୍ରଭାବରେ ଆଜି ୯ଟି ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ଜିଲ୍ଲାରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏହାର ପ୍ରଭାବରେ ଆଜି ୯ଟି ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ଜିଲ୍ଲାରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା କାଲି ମଧ୍ୟ ଘଡଘଡି ବିଜୁଳି ସହ ବର୍ଷା ନେଇ ଉତ୍ତର ଏବଂ ଉପକୂଳ ଓଡ଼ିଶାର ୬ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ସେହିପରି ୮ ତାରିଖରେ ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ହେବା ସହ କିଛି ସ୍ଥାନରେ ବଜ୍ରପାତ ନେଇ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ୧୦ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.