ଭୁବନେଶ୍ୱେର : ଆଜିଠୁ କମିବ, ୧୪ରୁ ପୁଣି ବଢିବ ବର୍ଷା। ବିକାନେର ଠାରୁ କଣ୍ଟା ପର୍ଯ୍ୟନ୍ତ ବ୍ୟାପ୍ତ ମୁନସୁନ ଟ୍ରାପ ଲାଇନ ଉତ୍ତରପୂର୍ବ ବଙ୍ଗୋପସାଗର ପୂର୍ବ ଦକ୍ଷିଣ ପୂର୍ବ ଦିଗ ଯାଏ ସକ୍ରିୟ ରହିଛି। ମୌସୁମୀ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୩ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ୧୪ ତାରିଖରୁ ବଢିବ ବର୍ଷାର ପରିମାଣ। ପ୍ରବଳ ବର୍ଷା ନେଇ ୧୪ ତାରିଖରେ ୩ଟି ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ୧୫ ତାରିଖରେ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି।
ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୧୪.୮ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୬ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । ୬୫୬.୮ ମିମି ବର୍ଷା ସ୍ୱାଭାବିକ ରହିବା କଥା । ଗୋଟିଏ ଜିଲ୍ଲା ମାଲକାନଗିରି ରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି ।