ଆସୁଛି ପଶ୍ଚିମା ଝଡ଼: ୧୭ ବେଳକୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ପଶ୍ଚିମା ଝଡ଼ । ଆସନ୍ତା ୧୭ ତାରିଖ ବେଳକୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ହାଡ଼ଭଙ୍ଗା ଜାଡ ପରେ ଏବେ କଲବଲ କରୁଛି କୁହୁଡ଼ି। ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସହର ସମେତ ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି ଦେଖାଯାଇଥିଲା। ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି ଯୋଗୁଁ ଘନ କୁହୁଡ଼ି ହେଉଛି । ଆଜି ରାତିରୁ ଆସନ୍ତାକାଲି ସକାଳ ସମୟ ମଧ୍ୟରେ ଘନ କୁହୁଡ଼ି ସମ୍ଭାବନା ଥିବାରୁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଖୋର୍ଦ୍ଧା, କଟକ, ଅନୁଗୁଳ ସମେତ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.