ଆଜି ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆଜି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଏଥିପାଇଁ ୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।