କାଲି ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ ସମ୍ଭାବନା

ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୪ ଦିନ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଭୁବନେଶ୍ୱର (କେନ୍ୟୁଜ): ମିଆଁମାର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ଏହା ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରିବ । ପରବର୍ତ୍ତୀ ୪୮ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର । ପରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୪ ଦିନ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଜି ପାଇଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ । କାଲି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେଥିରୁ ୫ ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ବର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୩୦ ଓ ଅକ୍ଟୋବର ୧ ତାରିଖରେ ବର୍ଷାର ପ୍ରଭାବ ଅଧିକ ରହିବ । ୧ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଭୀଷଣ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.