ତାତିରୁ ମିଳିବ ମୁକ୍ତି: ହୋଲିରେ ଭିଜିବ ଓଡ଼ିଶା

ଆଜି ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅଭ୍ୟନ୍ତରୀଣ ଓ ଉପକୂଳ ଜିଲ୍ଲା ହାଲୁକା ବର୍ଷାରେ ଓଦା ହେବ। ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

ଭୁବନେଶ୍ୱର (କେନ୍ୟୁଜ): ତାତିରୁ ମିଳିବ ମୁକ୍ତି । ହୋଲିରେ ଭିଜିବ ଓଡ଼ିଶା। କାରଣ ଆଜି ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅଭ୍ୟନ୍ତରୀଣ ଓ ଉପକୂଳ ଜିଲ୍ଲା ହାଲୁକା ବର୍ଷାରେ ଓଦା ହେବ। ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

ସୂଚନା ଅନୁସାରେ ଆଜି ଓ କାଲି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ଏବଂ ୯ ଓ ୧୦ ତାରିଖରେ ଆଭ୍ୟନ୍ତରୀଣ ସହ କିଛି ଉପକୂଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ପଶ୍ଚିମାଝଡ ପ୍ରଭାବରେ ରାଜ୍ୟରେ ୭ ରୁ ୧୦ ଯାଏ ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରେ ଖୋର୍ଦ୍ଧା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପଶ୍ଚିମା ଝଡ ପ୍ରଭାବ ଦେଖିବାକୁ ମିଳିବ ।

ପାଣିପାଗ କେନ୍ଦ୍ରର କହିବା ଅନୁସାରେ ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର କହିବା ଅନୁସାରେ ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.