୬ରୁ ପ୍ରବଳ ଛେଚିବ, ଆଜି ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
![rain](https://knewsodisha.com/wp-content/uploads/2024/06/rain-1.jpg)
ଭୁବନେଶ୍ୱର : ୬ରୁ ପ୍ରବଳ ବର୍ଷିବ। ଆସନ୍ତା ୭ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଆଜି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୬ ଓ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।
ମଧ୍ୟ ପ୍ରଦେଶ ଓ ଛତିଶଗଡ଼ ଉପରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଥିବା ବେଳେ ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଓଡିଶାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ୧୭ ଯାଏ ରାଜ୍ୟରେ ନିଅଣ୍ଟିଆ ବର୍ଷା ହେବ। ରାଜ୍ୟରେ ଜୁନ ୧ରୁ ଏପର୍ଯ୍ୟନ୍ତ ୨୫ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହେଇଛି l ୧୨ ଜିଲ୍ଲାରେ ସ୍ୱାଭାବିକ, ୧୬ ଜିଲ୍ଲାରେ ନିଅଣ୍ଟିଆ, ଗୋଟିଏ ଲେଖାଏଁ ଜିଲ୍ଲାରେ ଅଧିକ ଓ କମ ବର୍ଷା ରେକର୍ଡ କରାଯାଇଛି।