କାଲିଠୁ ପୁଣି ବର୍ଷା, ୯ଟି ଜିଲ୍ଲାକୁ ବର୍ଷା ଚେତାବନୀ

କାଲିଠୁ ପୁଣି ବର୍ଷା । ଭିଜିବ ପଶ୍ଚିମ ଓଡ଼ିଶା । ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲା ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା । କେତେକ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଭୁବନେଶ୍ୱର : କାଲିଠୁ ପୁଣି ବର୍ଷା । ଭିଜିବ ପଶ୍ଚିମ ଓଡ଼ିଶା । ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲା ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା । କେତେକ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୯ଟି ଜିଲ୍ଲାକୁ ବର୍ଷା ଚେତାବନୀ ଦିଆଯାଇଛି । ନିମ୍ନ ଚାପରେଖା ଓ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ନୂଆପଡ଼ା, ବଲାଙ୍ଗିର ଓ ସୋନପୁରର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ବିଭିନ୍ନ ସ୍ଥାନରେ ଦୁଇ ତିନି ଦିନ ହେବ ପାଗ ମେଘୁଆ ରହିଛି । କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବି ହୋଇଛି । ଆଜି ବି ଏମିତି ପାଗ ରହିପାରେ । ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୪ ଜିଲ୍ଲା ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ସେହିପରି ଖୋର୍ଦ୍ଧା, ନୟାଗଡ, ପୁରୀ, ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ ।

ନିମ୍ନ ଚାପରେଖା ଓ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ଓ ବର୍ଷା ହେଉଛି । କାଲିଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ। ଗତ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକରୁ ମଧ୍ୟମ ବର୍ଷା ହୋଇଛି। ଗଂଜାମ ସାନଖେମୁଣ୍ଡିରେ ସର୍ବାଧିକ ୧୨୩.୦ ମିଲିମିଟର ବର୍ଷା ରେକର୍ଡ ହୋଇଥିଲା । ବର୍ଷା ପରେ ରାଜ୍ୟରେ ଆଜି ଭୋରରୁ ବିଭିନ୍ନ ସ୍ଥାନରେ ହାଲୁକା ଶୀତ ଅନୁଭୂତ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.