ବଙ୍ଗୋପସାଗରରେ ଲଘୁଚାପ, ୨୧ରୁ ବର୍ଷା!

କେନ୍ୟୁଜ୍(ବ୍ୟୁରୋ):ବଙ୍ଗୋପସାଗରରେ ଲଘୁଚାପ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ୧୯ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଏନେଇ ସୂଚନା ଦେଇଛି।

ଆଗାମୀ ୩ ଦିନରେ ଲଘୁଚାପ ଉତ୍ତର ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡକୁ ମୁହାଁଇବ ବୋଲି ଆକଳନ କରାଯାଇଛି। ଏହାର ପ୍ରଭାବରେ ୨୧ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ । ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଆଗକୁ ନଭେମ୍ବର ୨୭ରୁ ଡିସେମ୍ବର ୪ ଭିତରେ ବଙ୍ଗୋପସାଗରରେ ଆଉ ୨ଟି ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନୀ କହିଛନ୍ତି । ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିପାରେ । ଏଥିଯୋଗୁ ଓଡ଼ିଶାରେ ମେଘୁଆ ପାଗ ସହ ଶୀତ କମିବ । ହେଲେ ସମ୍ଭାବ୍ୟ ୨ ଲଘୁଚାପ ନେଇ ପାଣିପାଗ ବିଭାଗ କିଛି ସୂଚନା ଦେଇନାହିଁ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.