କୁମାର ପୂର୍ଣ୍ଣିମାରେ ଭିଜିବ ଉପକୂଳ ଓଡ଼ିଶା, ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହେବ ପ୍ରବଳ ବର୍ଷା!

ଭୁବନେଶ୍ୱର(କେନ୍ୟୁଜ): କୁମାର ପୂର୍ଣ୍ଣିମାରେ ଭିଜିବ ଉପକୂଳ ଓଡ଼ିଶା । ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଏବେ ରାଜ୍ୟର କିଛି ସ୍ଥାନରେ ବର୍ଷା ଲାଗି ରହିଛି । ଏହି ଘୂର୍ଣ୍ଣିବଳୟ ଅଧିକ ସକ୍ରିୟ ହେବ । ପ୍ରଭାବରେ ରାଜ୍ୟରେ କାଲି ଓ ତାପରଦିନ ବଢ଼ିବ ବର୍ଷା ବିସ୍ତତି । ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ।

ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ । ଆସନ୍ତାକାଲି ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷିବ । ସେହିପରି ୧୦ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ଦୁଇ ଦିନ ପାଇଁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲାର କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ତେଣୁ ଦୁର୍ଗାପୂଜା ଭଳି କୁମାରପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ମଧ୍ୟ ବର୍ଷା ପାଇଁ ଫିକା ପଡ଼ିଯାଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.