ଆସନ୍ତାକାଲି ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ, ରାଜ୍ୟରେ ୪ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

ବର୍ଷାରେ ଲାଗିବନି ବ୍ରେକ୍। ଗୋଟିଏ ଯାଉଣୁ ଆଉ ଗୋଟିଏ ଦାନା ବାନ୍ଧୁଛି । ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ । କାଲି ଲଘୁଚାପ । ଆଜି ପଶ୍ଚିମକେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଆସନ୍ତାକାଲି ଏହା ନେବ ଲଘୁଚାପର ରୂପ ।

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ପରେ ଲଘୁଚାପ । ଗୋଟିଏ ଯାଉଣୁ ଆଉ ଗୋଟିଏ ଦାନା ବାନ୍ଧୁଛି । ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ । କାଲି ଲଘୁଚାପ । ଆଜି ପଶ୍ଚିମକେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଆସନ୍ତାକାଲି ଏହା ନେବ ଲଘୁଚାପର ରୂପ । ମୌସୁମୀ ସକ୍ରିୟ ରହିଥିବା ବେଳେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ ।

୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୫ ତାରିଖରୁ ବଢିବ ବିସ୍ତତି । ୨୭ ତାରିଖ ଯାଏ ତିନି ଦିନ ବର୍ଷା ପରିମାଣ ଅଧିକ ରହିବ । କିଛି ସ୍ଥାନରେ ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.