ପଶ୍ଚିମା ଝଡ଼ ପ୍ରଭାବ : ପବନ-ଘଡ଼ଘଡ଼ି ସହ ଆଜିବି ପ୍ରବଳ ବର୍ଷା, ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଜାରି ରହିଛି । ଅଚାନକ ଘୋଟି ଆସୁଛି କଳାହାଣ୍ଡିଆ ମେଘ । ବିଜୁଳି ଘଡ଼ଘଡ଼ି ବର୍ଷା ସହ କୁଆପଥର ମାଡ଼ ହେଉଛି । ଆଜି ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟର ଧରଣର ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଜାରି ରହିଛି । ଗତ ଦୁଇ ଦିନ ହବେ ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଚାଲିଛି । ଅଚାନକ ଘୋଟି ଆସୁଛି କଳାହାଣ୍ଡିଆ ମେଘ । ବିଜୁଳି ଘଡ଼ଘଡ଼ି ବର୍ଷା ସହ କୁଆପଥର ମାଡ଼ ହେଉଛି । ପ୍ରବଳ ବେଗରେ ବହୁଛି ପବନ । ଆଜି ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟର ଧରଣର ବର୍ଷା ସମ୍ଭାବନା ରହିଛି । ଏଥିସହ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ବି ପଶ୍ଚିମା ଝଡ଼ର ପ୍ରଭାବ ଦେଖିବାକୁ ମିଳିବ । ସେସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି ପାଇଁ ୬ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ଦିଆଯାଇଛି ୟେଲୋ ସତର୍କତା । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇଥିଲା । ଭୁବନେଶ୍ୱର ସମେତ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ବରଗଡ଼, ବଲାଙ୍ଗିର, କୋରାପୁଟ, ରାୟଗଡ଼ା, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପବନ ହୋଇଥିଲା । ତାସହ କୁଆପଥର ମାଡ଼ ବି ହୋଇଥିଲା । କିିଛି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୮୦ କିଲୋମିଟ ଯାଏ ରହିଥିଲା । ଗଛ ଭାଙ୍ଗିବା ସହ ଉଡ଼ି ଯାଇଥିଲା ଆଜବେଷ୍ଟସ୍‌ ଘର ଛପର । ୨୧ ତାରିଖକୁ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.