Below header

କାଳବୈଶାଖୀ ପ୍ରଭାବ: ୪ ଦିନ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା; ଆଜି ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଆସନ୍ତା ଚାରି ଦିନ ଯାଏ କାଳବୈଶାଖୀ ପ୍ରଭାବରେ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଜାରି ରହିଛି କାଳବୈଶାଖୀ ପ୍ରଭାବ । କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଛି । ଆସନ୍ତା ଚାରି ଦିନ ଯାଏ କାଳବୈଶାଖୀ ପ୍ରଭାବରେ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ ।

ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ । କୁଆପଥର ସହ ଝଡ଼ବର୍ଷା ନେଇ ୯ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁରକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଏଥିରୁ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ଆସନ୍ତାକାଲି ପାଇଁ ୧୪ ଜିଲ୍ଲାକୁ ଦିଆଯାଇଛି ୟେଲୋ ଓ୍ଵାର୍ଣ୍ଣିଂ । ୟେଲୋ ସତର୍କତା ଦିଆଯାଇଥିବା ଜିଲ୍ଲାରେ ଘଣ୍ଟାପ୍ରତି ୪୦-୫୦ ଓ ୟେଲୋ ଓ୍ଵାର୍ଣ୍ଣିଂ ଜିଲ୍ଲାରେ ୩୦-୪୦ କିଲୋମିଟର ବେଗରେ ବହିପାରେ ପବନ । ମେ ୨ ତାରିଖ ଯାଏ ବର୍ଷା ପବନ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.