ଆସନ୍ତା କାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ଜାରି ହେଲା ରେଡ୍‌ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର(କେ ନ୍ୟୁଜ): ୱେଲ ମାର୍କଡ୍‌ ଲୋ-ପ୍ରେସର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ବର୍ଷା ଲାଗିରହିବ । ଆସନ୍ତା କାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଉଛନ୍ତି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କନାଳ । ଏହି ସବୁ ଜିଲ୍ଲାରେ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ପୁରୀ, ଖୋର୍ଦ୍ଧା, ଅନଗୁଳ, ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ ଓ ନୟାଗଡ଼କୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.