ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି, ୭ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ବର୍ଷୁଛି, ଆହୁରି ବର୍ଷିବ । ମୌସୁମୀ ଟ୍ରପଲାଇନ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୯ତାରିଖ ପରଠାରୁ ସାମାନ୍ୟ କମିବ ବର୍ଷାର ପରିମାଣ । କିନ୍ତୁ ଅଧିକାଂଶ ସ୍ଥାନରେ କାଁଭାଁ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ୫ରୁ ୭ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ।

ସେପଟେ ରାଜ୍ୟରେ ଏଯାଏ ୫୬୦. ୩ ମିମି ବର୍ଷା ରେକର୍ଡ ହେଇଛି। ମୌସୁମୀ ଋତୁରେ ଏହି ସମୟରେ ସ୍ବାଭାବିକ ବର୍ଷା ପରିମାଣ ୬୨୯. ୩ ମିମି ଥିବା ବେଳେ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ଗୋଟିଏ ଜିଲ୍ଲା ମାଲକାନଗିରିରେ ସର୍ବାଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୩ଟି ଜିଲ୍ଲାରେ ଅଧିକ, ୧୫ ଜିଲ୍ଲାରେ ସ୍ବାଭାବିକ ଓ ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like