ପାଣିପାଗରେ ସାମାନ୍ୟ ପରିବର୍ତ୍ତନ, ଆଜିଠୁ ରାଜ୍ୟରେ କମିବ ବର୍ଷା

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ କମିବ ବର୍ଷା । ପୁଣି ୬ ତାରିଖ ପରେ ବଢ଼ିବ। ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟାକା ଏବଂ ପାର୍ଶ୍ଵବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବାରେ ଲାଗିଛି । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାରେ ସମ୍ଭାବନା ରହିଛି । ତେବେ ଲଘୁଚାପ କ୍ଷେତ୍ର ଓଡ଼ିଶା ଠାରୁ ଯଥେଷ୍ଟ ଦୂରରେ ସକ୍ରିୟ ରହିଛି । ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ରାଜ୍ୟ ଠାରୁ ଦୂରେଇ ଯାଉଛି । ଫଳରେ ରାଜ୍ୟରେ ଆଜିଠାରୁ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି।

ଗତ ୨୪ଘଣ୍ଟା ମଧରେ ସୁନ୍ଦରଗଡ, କଟକ, କୋରାପୁଟ, କେନ୍ଦୁଝର, କେନ୍ଦ୍ରାପଡା, ସମ୍ବଲପୁର ଏବଂ ଭଦ୍ରକରେ ବର୍ଷା ହୋଇଛି। ଶୁକ୍ରବାର ଫୁଲବାଣୀ, ମାଲକାନଗିରି, ଟିଟିଲାଗଡ ସହିତ ଅନେକ ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ୬ତାରିଖ ବେଳକୁ ଝାଡଖଣ୍ଡ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ତେବେ ଲଘୁଚାପ ପ୍ରଭାବରେ ମହାନଦୀ ଉପର ମୁଣ୍ଡରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.