ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୩ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ୩ ଦିନ ଯାଏ ପ୍ରବଳ ବର୍ଷାର ସମ୍ଭାବନା । ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମାଲକାନଗରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ପ୍ରବଳ ବର୍ଷା ପାଇଁ ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ସେହିପରି ୨୮ ତାରିଖର ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୨୯ ତାରିଖରେ ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼, ଝାସୁରୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତକାଲି ରାଜଧାନୀରେ ପ୍ରବଳ ବର୍ଷା ହୋଇଥିଲା । ଏଥିଯୋଗୁ ଖାଲୁଆ ଅଞ୍ଚଳରେ ପାଣି ଜମି ରହିବା ସହ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା ।