ରାଜ୍ୟ

ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା, ବଙ୍ଗୋପସାଗରରେ ସକ୍ରିୟ ରହିଛି ଅବପାତ

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା । ବଙ୍ଗୋପସାଗରରେ ସକ୍ରିୟ ରହିଛି ଅବପାତ । ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର ଦିଗରେ ଆଗକୁ ବଢୁଛି । ଘଣ୍ଟାପ୍ରତି ୧୩ କିଲୋମିଟର ବେଗର ଗତି କରୁଛି ଅବପାତ । ଆଜି ଘନୀଭୂତ ହୋଇ ଡିପ୍ ଡିପ୍ରେସନ୍ ବା ଗଭୀର ଅବପାତରେ ପରିଣତ ହେବ । ଅବପାତ ଏବେ ବିଶାଖାପାଟଣାରୁ ୩୮୦ କିଲୋମିଟର ଦକ୍ଷିଣ ପୂର୍ବରେ, ପାରାଦୀପରୁ ୪୮୦ କିଲୋମିଟର ଦକ୍ଷିଣ ଓ ଦୀଘାରୁ ୬୩୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ କେନ୍ଦ୍ରୀଭୂତ ରହିଛି । ଆଜି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ ହେବ । ଏହାପରେ ରିକର୍ଭ କରିବ । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆସନ୍ତାକାଲି ସକାଳେ ଗଭୀର ଅବପାତ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବ । ୧୮ ତାରିଖ ସକାଳେ ଏହା ବାଂଲାଦେଶ ଉପକୂଳର ମୋଙ୍ଗଲା ଓ ଖେପୁପୁରା ମଧ୍ୟରେ ଡିପ୍ ଡିପ୍ରେସନ୍ ଭାବରେ ଅତିକ୍ରମ କରିବ । ସେତେବେଳେ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ଓ ଏହା ବଢ଼ି ୭୦ କିଲୋମିଟର ଛୁଇଁପାରେ । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଅବପାତ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୬ ଜିଲ୍ଲା ପୁରୀ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ବରକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୨ ଜିଲ୍ଲା ଭଦ୍ରକ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୩ ଜିଲ୍ଲା ମୟୂରଭଞ୍ଜ, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ଅବପାତ ପ୍ରଭାବରେ ଅଶାନ୍ତ ହୋଇଛି ସମୁଦ୍ର । ଏଥିପାଇଁ ୧୭ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…

2 hours ago

ହିଟ୍ ୱେଭ ଆକ୍ସନ ପ୍ଲାନ, ମେଡିକାଲ ପ୍ରସ୍ତୁତି ନେଇ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍‌): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…

5 hours ago

ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍‌): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…

5 hours ago

ପୋଲିସ ଉପରେ ଆକ୍ରମଣ ; ୩୮ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ମୟୂରଭଞ୍ଜ (କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…

6 hours ago

ବିସ୍ଫୋରଣ ଦେଇଗଲା ଦୁଃଖ, ପରିବାର ଚଳିବ କେମିତି ?

ଭାବ ଭକ୍ତିରେ ବନ୍ଧା ହେ ମହାବାହୁ …ତୁମ ଚନ୍ଦନ ଯାତ୍ରାରେ ଏଭଳି ଅଘଟଣ ଘଟିବ …ସେ ପୁଣି ତୁମେ ପ୍ରଭୁ…

6 hours ago

ଲୁହା ପାଇପ ଚୋରା ଚାଲାଣ ମାମଲାରେ ଟୁଙ୍ଗୁରୁ ଭୋଳ ସମେତ ୧୧ ଗିରଫ

ଭୁବନେଶ୍ୱର(କେନ୍ୟୁଜ୍‌): ପୁଣି ଚର୍ଚ୍ଚାକୁ ଆସିଲେ ଅଟୋ ଚାଳକ ଟୁଙ୍ଗୁରୁ ଭୋଳ । ପୂର୍ବରୁ ପରକୀୟା ପ୍ରୀତି ଅଭିଯୋଗରେ ଚର୍ଚ୍ଚାରେ ରହିଥିବା…

8 hours ago