ଆସୁଛି ଲଗୁଚାପ ! ଅଗଷ୍ଟ ୬ରୁ ରାଜ୍ୟରେ ପୁଣି ଆରମ୍ଭ ହେବ ବର୍ଷା

ଭୁବନେଶ୍ୱର(କେନ୍ୟୁଜ୍): ଅଗଷ୍ଟ ୬ ତାରିଖରୁ ରାଜ୍ୟରେ ପୁଣି ଆରମ୍ଭ ହେବ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଏକ ଲଗୁଚାପ ପ୍ରଭାବରେ ବର୍ଷା ହେବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୬ରୁ ୯ ତାରିଖ ଯାଏ ବର୍ଷା ସମ୍ଭାବନା ରହିଛି ।

ମୌସୁମୀ ଦୁର୍ବଳ ହେବା କାରଣରୁ ଦୁଇ ଦିନ ହେଲା ରାଜ୍ୟରେ ପାଗ ଖରାଟିଆ ରହିଛି । ମୌସୁମୀ ବିରତି ଜାରି ରହିଥିବାରୁ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିଛି । ଅଗଷ୍ଟ ୫ ଯାଏ ପାଗ ଶୁଖିଲା ରହିବ । କିଛି ସ୍ଥାନରେ କେବଳ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଯାଏ ଅଧିକ ରେକର୍ଡ କରାଯାଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.