୨୩ରୁ ଉପକୂଳ ଓଡ଼ିଶା ସମେତ ରାଜ୍ୟର କିଛି ସ୍ଥାନରେ ବର୍ଷା, ଦଶହରାରେ ବଡ ବର୍ଷାର ସମ୍ଭାବନା ନାହିଁ

ଦକ୍ଷିଣ ପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ଆସନ୍ତାକାଲି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତ ହେବା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ): ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଦକ୍ଷିଣ ପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ଆସନ୍ତାକାଲି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତ ହେବା ସମ୍ଭାବନା । ପରବର୍ତ୍ତୀ ୩ ଦିନ ଯାଏ ଏହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ । ଏହା ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି ।

ପ୍ରଭାବରେ ୨୩ରୁ ଉପକୂଳ ଓଡ଼ିଶା ସମେତ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ । ୨୪ ଓ ୨୫ ତାରିଖରେ କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଦଶହରାରେ ବଡ ବର୍ଷାର ସମ୍ଭାବନା ନାହିଁ ବୋଲିକହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଅନ୍ୟପଟେ ୨୪-୨୫ ତାରିଖରେ ବାତ୍ୟା ରୂପ ନେଇ ଆକଳନ କରିଛି ସ୍କାଏମେଟ୍। ହେଲେ ବାତ୍ୟା ନେଇ IMD କୌଣସି ଆକଳନ କରିନାହିଁ । ବାତ୍ୟା ସୃଷ୍ଟି ହେଲେ ନାଁ ରହିବ ‘ହମୁନ୍ ‘ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.