Below header

ରାଜ୍ୟରେ ସ୍ୱାଭାବିକ ସ୍ଥିତିକୁ ଫେରିବ ମୌସୁମୀ, ଆଜିଠୁ ହେବ ରାଜ୍ୟରେ ବର୍ଷା

କେନ୍ୟୁଜ୍(ବ୍ୟୁରୋ):  ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ବାୟୁମଣ୍ଡଳର ୧.୫ କିଲୋମିଟରରୁ ୭.୬ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ରାଜ୍ୟରେ ସ୍ୱାଭାବିକ ସ୍ଥିତିକୁ ଫେରିବ ମୌସୁମୀ । ଆଜିଠୁ ରାଜ୍ୟରେ ବର୍ଷା ହେବ । ଆଜିଠୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୬ ତାରିଖରେ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି ଆଜି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ପାଇଁ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତା ୮ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଚଳିତ ମୌସୁମୀ ଋତୁରେ ଜୁନ୍‌ରୁ ଆଜି ସୁଦ୍ଧା ରାଜ୍ୟରେ ୧୭୧.୭ ମିଲିମିଟର ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୨୪୭.୪ ମିଲିମିଟର ତୁଳନାରେ ୩୧ ପ୍ରତିଶତ ନିଅଣ୍ଟିଆ । ଦେବଗଡ଼ ଜିଲ୍ଲାରେ ମୌସୁମୀ ଋତୁରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରେ ସର୍ବନିମ୍ନ ୫୬.୭ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.