ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ: ପ୍ରଭାବରେ ଆଜିଠୁ ୪ ଦିନ ଯାଏ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ। ଏହାର ପ୍ରଭାବରେ ଗତକାଲି ରାଜ୍ୟରେ ଅନେକ ସ୍ଥାନରେ ସାମାନ୍ଯ ଧରଣର ବର୍ଷା ହୋଇଛି। ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ଆଜି ଅନେକ ସ୍ଥାନ ପାଇଁ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

weatherକୋରାପୁଟ, ଗଜପତି, ରାୟଗଡ଼ା, କନ୍ଧମାଳ ଓ ସୁନ୍ଦରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଉପକୂଳଦକ୍ଷିଣ ଓଡ଼ିଶା, କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ଘ଼ଡଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।

rainସେହିପରି ୪ ତାରିଖ ଦିନ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ସମ୍ବଲପୁରରେ ପ୍ରବଳ ବର୍ଷା ହେବ। ୫ ତାରିଖ ଦିନ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ସମ୍ବଲପୁରରେ ଏବଂ ୬ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ପ୍ରବଳ ବର୍ଷିବ ବୋଲି ଆଞ୍ଚଳିକ ପା‌ଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ୩ରୁ ୬ ତାରିଖ ପର୍ଯ୍ୟନ୍ତ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.