Below header

ବିହାର ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ଅଦିନିଆ ବର୍ଷା, ଆହୁରି ୪୮ଘଣ୍ଟା ରାଜ୍ୟରେ ଜାରି ରହିବ ଏଭଳି ପାଗ

ଭୁବନେଶ୍ବର: ବିହାର ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ଅଦିନିଆ ବର୍ଷା । ରାଜ୍ୟରେ ଗତ ୨ ଦିନ ଧରି ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି । ଆହୁରି ୪୮ଘଣ୍ଟା ମେଘୁଆ ପାଗ ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ ।

rain୫ଟି ଜିଲ୍ଲା ଯଥା- ପୁରୀ, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ ଓ ଗଜପତିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । କିଛି ଅଞ୍ଚଳରେ ଘନକୁହୁଡ଼ି ଲାଗି ରହିବ । ୧୦ରୁ ବର୍ଷା କମିବ ଓ ଶୀତର ପ୍ରକୋପ ବଢ଼ିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତ ୨୪ ଘଣ୍ଟାରେ ବଲାଙ୍ଗିରରେ ସର୍ବାଧିକ ବର୍ଷା ୩୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.