ଆଜିଠୁ ରାଜ୍ୟରେ ଦୁଇ ଦିନ ଧରି ପ୍ରବଳ ବର୍ଷା! ୫ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା। ଆହୁରି ୪୮ଘଣ୍ଟା ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୫ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରପଡ଼ା, ପୁରୀ ସହ ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏହି ସମୟରେ ୩୦ ରୁ ୪୦ କିମି ବେଗରେ ପବନ ବୋହିବା ସମ୍ଭାବନା ରହିଛି । ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ରାୟଗଡ଼ାଜିଲ୍ଲାରେ ସ୍ୱଲ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏବା ସହ ଉତ୍ତର ଉପକୂଳ ଜିଲ୍ଲା ନୟାଗଡ଼, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବ। ଏହି ସମୟରେ ଭିଜିବିଲିଟି ପ୍ରାୟ ୫୦ ରୁ ୨୦୦ ମିଟର ମଧ୍ୟରେ ରହିବ । ୨୭ତାରିଖ ପରଠୁ ପାଗ ଶୁଖିଲା ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।