ଆଜିଠୁ ସାମାନ୍ୟ ବଢିବ ବର୍ଷାର ପରିମାଣ: ୨୩ରୁ ୨୫ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷିବ!

୨୩ରୁ ୨୫ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଓ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଦୁର୍ବଳ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। କମିଛି ବର୍ଷାର ପରିମାଣ। ଆଗାମୀ ୨୪ ଘଣ୍ଟାରେ କେତେକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷାର ସମ୍ଭାବନା ରହିଛି। ଆଜିଠୁ ସାମାନ୍ୟ ବଢିବ ବର୍ଷାର ପରିମାଣ। ୨୩ରୁ ୨୫ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଓ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଜି ପ୍ରବଳ ବର୍ଷା ପାଇଁ ୫ଟି ଜିଲ୍ଲା ସୁନ୍ଦରଗଡ଼,କେନଦୁଝର , ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ପାଇଁ ଆସନ୍ତାକାଲି ୫ଜିଲ୍ଲା ଓ ୨୪ତାରିଖରେ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୭୩୯. ୮ ମିମି ବର୍ଷା ରେକର୍ଡ ହୋଇଛି। ସ୍ବାଭାବିକ ବୃଷ୍ଟିପାତ ୮୧୧.୯ ମିମି ତୁଳନାରେ ଏହା ୯ ପ୍ରତିଶତ କମ୍। ବୌଦ୍ଧ ଓ ଝାରସୁଗୁଡ଼ାରେ ଅତ୍ୟଧିକ ବୃଷ୍ଟିପାତ ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ନିଅଣ୍ଟିଆ ଓ ୧୭ ଜିଲ୍ଲାରେ ସ୍ବାଭାବିକ ବୃଷ୍ଟିପାତ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.