ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ଆହୁରି ଦୁଇଦିନ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନ

ଭୁବନେଶ୍ୱର (କେନ୍ୟୁଜ): ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ ।  ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ।  ଅସହ୍ୟ ଗୁଳୁଗୁଳି ଓ ତାତିରୁ ମିଳିଲା ଆଶ୍ବସ୍ତି । ବିଜୁଳି ଘଡ଼ଘଡ଼ି ସହ ବର୍ଷାରେ ଭିଜିଛି ଭୁବନେଶ୍ବର । ୨୫ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଘୂର୍ଣ୍ଣିବଳୟ । ସେପଟେ ରାଜ୍ୟରେ ଜାରି ରହିଛି ଅସହ୍ୟ ଗୁଳୁଗୁଳି। ଉପକୂଳରେ ପ୍ରଚଣ୍ଡ ଗୁଳୁଗୁଳିରେ ଆଉଟୁପାଉଟୁ ଜନଜୀବନ। ଆହୁରି ଦୁଇଦିନ ଯାଏ ଏଭଳି ସ୍ଥିତି ଲାଗି ରହିବ।

ଉଷ୍ମ ଓ ଆଦ୍ର ବାୟୁ ପ୍ରବାହରେ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ। ଗୁଳୁଗୁଳି ସହ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ପାଞ୍ଚ ଦିନ ଯାଏ ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ପବନ ଘଣ୍ଟା ପ୍ରତି ବେଗ ୩୦ରୁ ୪୦ କିମି ରହିବା ସମ୍ଭାବନା ରହିଛି। ଆସନ୍ତାକାଲିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। ୨୦ରେ ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୧ରେ ୪ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବର ଏବଂ ୨୨ରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

 

You might also like