ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ, ୨୨ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଏହା ପ୍ରବାବରେ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆଜି ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଲାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅନ୍ୟପଟେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏହା ପରେ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ଯାଏଁ ହ୍ରାସ ଘଟିବ। ଫଳରେ ୨୨ ପରେ ପୁଣି ଥରେ ଶୀତ ଲେଉଟିବ। ।