କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଜୁନ ୨୦ରେ ହେବ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର (କେନ୍ୟୁଜ): କାମଚଳା ବାଚସ୍ପତି ଭାବେ ଶପଥ ନେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟପାଳ କରାଇଲେ ଶପଥ ପାଠ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତରେ ନେଲେ ଶପଥ । ଆସନ୍ତା ୧୮ ଓ ୧୯ ତାରିଖରେ ନବ ନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ୮ ଥରର ବିଧାୟକ ହେଉଛନ୍ତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଆସନ୍ତା ଜୁନ ୨୦ରେ ହେବ ବାଚସ୍ପତି ନିର୍ବାଚନ ।

ଅନ୍ୟପଟେ କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ରାଜା ସ୍ୱାଇଁ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ତୁଲାଇବାକୁ ପ୍ରସ୍ତାବ ଦେଇଥିଲେ । ଉଭୟ ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏଥିପାଇଁ ଧନ୍ୟବାଦ ।

 

 

You might also like