ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜାନ୍ଦ୍ରାଭିଷେକ ନୀତି, ଆସନ୍ତାକାଲି ଏକାଦଶୀ ତିଥିରେ ହେବ ଋକ୍ମିଣୀ ବିବାହ ଉତ୍ସବ

ପୁରୀ(କେନ୍ୟୁଜ): ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜାନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ସଂଧ୍ୟାଧୂପ ନୀତି ଶେଷହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ। ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯିବ ଯାଇ ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ।

ତାପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସରିବା ପରେ ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ,ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ। ସେପଟେ ଆସନ୍ତାକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ଋକ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.