Below header

ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି, ଓଡ଼ିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ

ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଓଡ଼ିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ।

ଭୁବନେଶ୍ୱର (କେନ୍ୟୁଜ): ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଓଡ଼ିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ। ଏପ୍ରିଲ ୩ରେ ରାଜ୍ୟସଭାରେ ଓଡିଶାରୁ ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି । ସଂଖ୍ୟା ଦୃଷ୍ଟିରୁ ତିନିଟି ଯାକ ଆସନ ବିଜେଡି ହାତେଇ ନେବ ।

ବିଜ୍ଞପ୍ତି ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପରେ ନଜର ରହିବ । ରାଜ୍ୟସଭା ଆସନ ପାଇଁ କେଉଁମାନଙ୍କ ନାମ ଘୋଷଣା କରୁଛନ୍ତି ତାକୁ ଅପେକ୍ଷା । ଆସନ୍ତା ୧୫ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ଧାର୍ଯ୍ୟ କରାଯାଇଛି । ଫେବ୍ରୁଆରୀ ୧୬ରେ ଯାଞ୍ଚ, ୨୦ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରିହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.