Below header

ରାଜ୍ୟସଭା ସାଂସଦ ତଥା ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର(କେ ନ୍ୟୁଜ): ରାଜ୍ୟସଭା ସାଂସଦ ତଥା ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ । ସେ ପଦ୍ମଶ୍ରୀ, ପଦ୍ମଭୂଷଣ, ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ । ଆଜି ଅପରାହ୍ନ ୩ ଟା ୪୯ ମିନିଟରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଏମ୍ସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି।

କୋଭିଡ ଚିହ୍ନଟ ହେବା ପରେ ଗତ ୨୨ ତାରିଖରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିବା ନେଇ ସୂଚନା ମିଳିଛି । ଶ୍ରୀ ମହାପାତ୍ରଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଶୋକ ବ୍ୟକ୍ତ କରିଥିବା ଜଣାଯାଇଛି । ଓଡିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବାରେ ତାଙ୍କ ଅବଦାନ ଅତୁଳନୀୟ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.