Below header

ଶ୍ରୀମନ୍ଦିରରେ ରାମାଭିଷେକ ନୀତି, ଆଜି ସାହିଯାତର ଶେଷ ପର୍ବ

ଶ୍ରୀମନ୍ଦିରରେ ରାମାଭିଷେକ ନୀତି । ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ଆଜି ରାତିରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ ।  ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ ।  ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ ।

ପୁରୀ (କେନ୍ୟୁଜ): ଶ୍ରୀମନ୍ଦିରରେ ରାମାଭିଷେକ ନୀତି ।  ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ଆଜି ରାତିରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ । ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ ।

ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ।  ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିବେ। ତ୍ରେତୟା ଯୁଗରେ ମହାପ୍ରଭୁ ଅଯୋଧ୍ୟା ଧାମରେ ଶ୍ରୀରାମଙ୍କ ରୂପରେ ଜନ୍ମ ନେଇଥିଲେ ।  ଯେହେତୁ ଶ୍ରୀରାମ ମହାପ୍ରଭୁଙ୍କ ଅବତାରୀ ସେହି ଦୃଷ୍ଟିରୁ ପ୍ରତିବର୍ଷ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମନୀତି ଠାରୁ ରାମାଭିଷେକ ନୀତି ପାଳନ କରାଯାଇ ଆସୁଛି ।  ଆଜି ସାହିଯାତ୍ରାର ଅନ୍ତିମ ଦିନରେ ଗୌଡ଼ବାଡ଼ ସାହି ପକ୍ଷରୁ ନାଗା, ମେଢ଼, ନବଶିରା, ସପ୍ତଶିରା, ପଞ୍ଚଶିରା, ପାରମ୍ପରିକ ସମରକଳା ଆଦି ପରିବେଷଣ କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.