ଶ୍ରୀମନ୍ଦିରର ଦ୍ୱିତୀୟ ଭୋଗ ମଣ୍ତପରେ ଅନୁଷ୍ଠିତ ହେଉଛି ରାମଜନ୍ମ ନୀତି, ପରମ୍ପରା ଅନୁସାରେ ପାଳନ ହେବ ସବୁ ନୀତି

ପୁରୀ(କେନ୍ୟୁଜ୍): ପବିତ୍ର ରାମ ନବମୀ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରାମଜନ୍ମ ନୀତି। ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗ ମଣ୍ତପ ପରେ ଏହି ଜନ୍ମନୀତି ପାଳନ ହେବ। ରାମ ଜନ୍ମ ଠାରୁ ଆରମ୍ଭ କରି ଯଜ୍ଞ ରକ୍ଷା, ସୀତାବିବାହ ସହ ରାବଣ ବଦ୍ଧ ପର୍ଯ୍ୟନ୍ତ ସମସ୍ତ ରାମଲୀଳା ନୀତି ଶ୍ରୀମନ୍ଦିରରେ ପ୍ରତ୍ୟେକ ଦିନ ପାଳନ ହେବ।

ସେହିପରି ଆଜିଠାରୁ ବିଭିନ୍ନ ସାହିରେ ସାହିଯାତ କରାଯାଇ ଏହି ରାମଲୀଳା ପର୍ବକୁ ପାଳନ କରିବାର ପରମ୍ପରା ରହିଛି। କରୋନା ମହାମାରୀ ଯୋଗୁ ଗତ ଦୁଇବର୍ଷ ଧରି ଏହି ସାହିଯାତର ବିଭିନ୍ନ ପର୍ଯ୍ୟାୟକୁ ନିରାଡ଼ମ୍ବର ଭାବେ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ ଏହାକୁ ବେଶ୍‌ ଧୁମଧାମରେ ପାଳନ କରାଯିବା ପାଇଁ ନିଷ୍ପତ୍ତି ହୋଇଛି।

 

 

Leave A Reply

Your email address will not be published.