ରାଜ୍ୟ

ରଞ୍ଜନ ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ,ଓଡ଼ିଆ ଭାଷା ଓ ସାହିତ୍ୟ ସଂସ୍କୃତି ବିଭାଗ ଥିଲେ ସଚିବ

କେନ୍ୟୁଜ୍(ବ୍ୟୁରୋ):ରଞ୍ଜନ କୁମାର ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଓଡ଼ିଆ ଭାଷା, ସାହିତ୍ୟ ସଂସ୍କୃତି ବିଭାଗ ସଚିବ ରଞ୍ଜନ ଦାସଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ କଲେ ରାଜ୍ୟ ସରକାର। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦବୀ ରାଜ୍ୟ ଆଇଏଏସ କ୍ୟାଡରରେ ସ୍ୱତନ୍ତ୍ର ସଚିବ ପାହ୍ୟା ଓ ଦାୟିତ୍ୱ ସହ ସମାନ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅତିରିକ୍ତ ଦାୟିତ୍ୱରେ ଥିବା ବୀର ବିକ୍ରମ ଯାଦବଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ ରଞ୍ଜନ କୁମାର ଦାସ।

ରାଜ୍ୟ ସରକାର ପ୍ରଥମ ଥର ଜଣେ ଆଇଏଏସ୍‌ ଅଧିକାରୀଙ୍କୁ କେବଳ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ଦେଇଛନ୍ତି ।ସେହିପରି ଶ୍ରୀକାନ୍ତ ପୃଷ୍ଟିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ସେ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଥିଲେ । ମୁଖ୍ୟ ସଚିବଙ୍କ ଓଏସଡି ଭାବରେ ଦିଲ୍ଲୀପ ରାଉତରାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଏଥିସହ ସେ ଓଡ଼ିଶା ପରିବାରର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱରେ ରହିବେ ।

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

15 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

30 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

42 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

43 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago