ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ, ନାବାଳିକା ଛାତ୍ରୀଙ୍କୁ ଶିକ୍ଷକଙ୍କ ଦୁଷ୍କର୍ମ ଅଭିଯୋଗ

ମାଲକାନଗିରି : ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ। ନାବାଳିକା ଛାତ୍ରୀଙ୍କୁ ଶିକ୍ଷକଙ୍କ ଦୁଷ୍କର୍ମ ଅଭିଯୋଗ। ମାଲକାନଗିରି ଜିଲ୍ଲା ମୋଟୁ ଥାନାର ଏମପିଭି-୮୧ ଗାଁରେ ଘଟିଛି ଏଭଳି ଲଜ୍ଜାଜନକ ଘଟଣା। ପାଠ ପଢାଇବା ନାଁରେ ଜଣେ ଶିକ୍ଷକ ନାବାଳିକା ଛାତ୍ରୀଙ୍କୁ ଘରକୁ ଡାକି ଦୁଇଦିନ ଧରି ଦୁଷ୍କର୍ମ କରିଥିବା ଛାତ୍ରୀଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ପୀଡ଼ିତାଙ୍କ ପକ୍ଷରୁ ମୋଟୁ ଥାନାରେ ପ୍ରଥମେ ଏତଲା ଦିଆଯାଇଥିଲା। ତେବେ ଥାନାଧିକାରୀ ଅଭିଯୋଗ ଗ୍ରହଣ ନକରିବାରୁ ପୀ଼ଡ଼ିତାଙ୍କ ମା’ ମାଲକାନଗିରି ମଡେଲ ଥାନାରେ ଅଭିଯୋଗ କରିଥିଲେ। ପରେ ଏସପିଙ୍କ ନିର୍ଦ୍ଦେଶ କ୍ରମେ ଏତଲା ଦାୟର ହୋଇଛି। ଖୁବ ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ମାଲକାନଗିରି ଏସପି ଜଗମୋହନ ମୀନା ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.