Below header

ନାବାଳିକାକୁ ଗଣଦୁଷ୍କର୍ମ ଘଟଣା : ୩ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌ ସହ ୫୦ ହଜାର ଜରିମାନା

୩ ଗଣଦୁଷ୍କର୍ମୀଙ୍କୁ ଆଜୀବନ କାରାଦଣ୍ଡ। କେନ୍ଦୁଝରରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିଥିବା ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦିଆଯାଇଛି । ଏଡିଜେ ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ଏହି ରାୟ ଶୁଣାଇଛନ୍ତି ।

କେନ୍ଦୁଝର (କେନ୍ୟୁଜ): ୩ ଗଣଦୁଷ୍କର୍ମୀଙ୍କୁ ଆଜୀବନ କାରାଦଣ୍ଡ। କେନ୍ଦୁଝରରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିଥିବା ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦିଆଯାଇଛି । ଏଡିଜେ ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ଏହି ରାୟ ଶୁଣାଇଛନ୍ତି ।

ସୂଚନା ଅନୁସାରେ ୫ ମାର୍ଚ୍ଚ ୨୦୨୨ ରାତିରେ ନାବାଳିକା ଜାଗର ମେଳା ଦେଖୁବାକୁ ଯାଇଥିବା ବେଳେ ତିନି ଜଣ ବ୍ୟକ୍ତି ଜବରଦସ୍ତ ଟେକି ନେଇ ବଳାତ୍କାର କରିଥିଲେ। ପରଦିନ ନାବାଳିକାଙ୍କ ମା ପାଟଣା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତିନିଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଆଜି ୩ ଗଣ ଦୁଷ୍କର୍ମକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି। ଜରିମାନା ଅନାଦେୟ ହେଲେ ଅଧିକ ଏକ ବର୍ଷ କାରାଦଣ୍ଡାଦେଶ ହେବ। ତେବେ ପୀଡ଼ିତାଙ୍କୁ ୭ ଲକ୍ଷ ୫୦ ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ପିଡିତାକୁ ୭ ଲକ୍ଷ ୫୦ ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବାକୁ ଆଦେଶ ଦେଇଛନ୍ତି କୋର୍ଟ । ତେବେ ଏହି କେଶ୍‌ରେ ୧୫ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି କୋର୍ଟ ଆଜି ଦଣ୍ଡାଦେଶ ଶୁଣାଇଛନ୍ତି। ତିନି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦିଆଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.