ରାଜ୍ୟ

ମୋହନା: ନାଳ ଭିତରୁ ୧୩ଫୁଟର ଏକ ବିରଳ ପ୍ରଜାତିର ଅହିରାଜ ସାପ ଉଦ୍ଧାର

ମୋହନା: ଗଜପତି ଜିଲ୍ଲା ମୋହନା ବ୍ଲକ ଚନ୍ଦ୍ରଗିରି ବନାଞ୍ଚଳ ଅଧିନସ୍ଥ ଚାନ୍ଦିପୁଟ ଫରେଷ୍ଟ ବିଟ ହାଉସରୁ ମାତ୍ର ୨୦ ମିଟର ଦୂରରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖ ନାଳରୁ ଏକ ୧୩ଫୁଟର ବିରଳ ପ୍ରଜାତିର ଅହିରାଜ ସାପ ଉଦ୍ଧାର କରାଯାଇଛି l ସ୍ଥାନୀୟ ବାସିନ୍ଦାଙ୍କ ସୂଚନା ଅନୁଯାୟୀ, ଉକ୍ତ ସାପଟି ଦୁଇ ଦିନ ଧରି ସେହି ନାଳରେ ଅସୁସ୍ଥ ହୋଇ ପଡିରହିଥିଲା।

ଫଳରେ ଲୋକେ ଆତଙ୍କିତ ଅବସ୍ଥାରେ ରହିଥିଲେ। ଏନେଇ ଲୋକେ ଚନ୍ଦ୍ରଗିରି ବନବିଭାଗକୁ ସୂଚନା ମଧ୍ୟ ଦେଇଥିଲେ କିନ୍ତୁ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନଥିଲା। ଶେଷରେ ବ୍ରହ୍ମପୁର ସ୍ନେକ ହେଲ୍ପ ଲାଇନର ସଦସ୍ୟଙ୍କୁ ସୂଚନା ଦିଆଯାଇଥିଲା। ଆଜି ହେଲ୍ପଲାଇନ ସଦସ୍ୟ ଆସି ସାପଟିକୁ ଉଦ୍ଧାର କରିବା ସହ ନିକଟସ୍ଥ ଲଖାରି ଅଭୟାରଣ୍ୟରେ ଛାଡିଦେଇଛନ୍ତି l

Sonalisa

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

5 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

15 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

26 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

54 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago