ପୁରୀ ରଥଯାତ୍ରା ପାଇଁ ପ୍ରସ୍ତୁତି, କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଆଜି ସମନ୍ବୟ ବୈଠକ

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ଠାରୁ ବିଧିବଦ୍ଧ ଭାବେ ରଥଖଳାରେ ଘୋଷଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଏପଟେ ରଥଯାତ୍ରା ପାଇଁ ଆଜି ବସିବ ପ୍ରଥମ ସମନ୍ବୟ ବୈଠକ । ଚଳିତବର୍ଷ ଜୁନ୍ ୨୭ ତାରିଖରେ ହେବାକୁ ଥିବା ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି ।

ଆଜି ପୁରୀ ପୌରସଦନରେ କେନ୍ଦ୍ରାଂଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ଯକ୍ଷତାରେ ବସିବ ପ୍ରଥମ ରଥ ସମନ୍ୱୟ କମିଟି ବୈଠକ। ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ସେମାନଙ୍କ ବିଭାଗର ଆକ୍ସନ ପ୍ଲାନ ରିପୋର୍ଟ ଦାଖଲ କରିବେ । ଏହା ପୂର୍ବରୁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦୁଇଦୁଇ ଥର ହୋଇଥିବା ପ୍ରସ୍ତୁତି ବୈଠକରେ ଏନେଇ ସବୁ ଅଧିକାରୀଙ୍କୁ ଡେଡଲାଇନ ଦିଆଯାଇଥିଲା । ବୈଠକରେ ଜିଲ୍ଲାପାଳ,ଏସପି, ବିଧାୟକ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ, ସେବାୟତ ଓ ବୁଦ୍ଧିଜୀବୀ ଉପସ୍ଥିତ ରହିବେ।

 

ଆହୁରି ପଢ଼ନ୍ତୁ : ଆସିଲା ଆଜ୍ଞାମାଳ, ଆଜିଠୁ ନିର୍ମାଣ ହେବ ବିଶ୍ବନିୟନ୍ତାଙ୍କ ରଥ