ରାଜ୍ୟ

ସ୍ନାନଯାତ୍ରା ପରି ଶୃଙ୍ଖଳିତ ହେବ ରଥଯାତ୍ରା, ପୋଲିସ ପ୍ରଶାସନ ପକ୍ଷରୁ ବୈଠକରେ ସବୁ ଦିଗକୁ ନେଇ ସମୀକ୍ଷା

ପୁରୀ(କେନ୍ୟୁଜ୍):ସ୍ନାନଯାତ୍ରା ପରି ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଆୟୋଜନ କରାଯିବ । ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ କରିବା ନେଇ ପୋଲିସ ପ୍ରଶାସନ ପକ୍ଷରୁ ବୈଠକରେ ଆଲୋଚନା ହୋଇଛି । ଟ୍ରାଫିକ ବ୍ୟବସ୍ଥା ପାଇଁ ସ୍ୱତନ୍ତ୍ର ପ୍ଲାନ କରାଯିବ । ସମନ୍ଵିତ ନିୟନ୍ତ୍ରଣ ରୁମ କାର୍ଯ୍ୟ କରିବ । କର୍ଡନ ଓ ରଥ ଟଣା ଦାୟିତ୍ୱରେ ରହିବେ ବରିଷ୍ଠ ପଦାଧିକାରୀ । ଶ୍ରୀମନ୍ଦିର ଭିତରେ ବାହାରେ, ରଥଟଣା, ଜନଗହଳି ନିୟନ୍ତ୍ରଣ ପାଇଁ ବଛା ବଛା ପୋଲିସ ଅଧିକାରୀ ମୁତୟନ ହେବେ । ଆଜି ଆଇନଶୃଙ୍ଖଳା ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମାଙ୍କ ଅଧ୍ୟକ୍ଷତାରେ ଏସପିଙ୍କ କାର୍ଯ୍ଯାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରାଯାଇଛି । ଏଥିରେ ତିନି ଜୋନର ଆଇଜିଙ୍କ ସହ ବରିଷ୍ଠ ପୋଲିସ ପଦାଧିକାରୀ ଯୋଗଦେଇ ସବୁ ଦିଗ ଉପରେ ଆଲୋଚନା କରିଛନ୍ତି ।

ରଥଯାତ୍ରା ପାଇଁ କେବଳ ଶ୍ରୀମନ୍ଦିର ଭିତରକୁ ୧୩ଟି ସେକ୍ଟରରେ ବିଭକ୍ତ କରାଯିବ । ଆଇନଶୃଙ୍ଖଳା ଏଡିଜି ନିଜେ ପୋଲିସ ସୁରକ୍ଷା ବ୍ୟବସ୍ଥା ଦାୟିତ୍ୱରେ ରହିବେ । କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ଶ୍ରୀମନ୍ଦିର ଭିତରେ, ଆଇଜି ହେଡକ୍ଵାଟର ଏସ୍‌. ଦେବଦତ୍ତ ସିଂ ଓ ଏସଟିଏଫ ଡିଆଇଜି ଜେ.ଏନ୍‌. ପଙ୍କଜ ରଥଟଣା ଓ କର୍ଡନ ପରିଚାଳନା ଦାୟିତ୍ୱରେ ରହିବେ । ଏମାନଙ୍କୁ ସହଯୋଗ କରିବା ପାଇଁ ନୋଡାଲ ଅଧିକାରୀ ଭାବେ ଅତିରିକ୍ତ ଏସପି, ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ନିୟୋଜିତ ରହିବେ । ଟ୍ରାଫିକ ସୁପରିଚାଳନା ପାଇଁ ସ୍ୱତନ୍ତ୍ର ପ୍ଲାନ ହେବା ସହ ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ କରିବ । ଜନଗହଳି ନିୟନ୍ତ୍ରଣ ଓ ଟ୍ରାଫିକ ପରିଚାଳନାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ ବୋଲି ଅତିରିକ୍ତ ଡିଜି ସୂଚନା ଦେଇଛନ୍ତି ।

KNews Bureau

Recent Posts

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

3 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

11 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

27 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

36 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

44 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

1 hour ago