ରାଜ୍ୟ

ରଥଯାତ୍ରା ପୂର୍ବରୁ ଚାଲିଲା ମକଡ୍ରିଲ୍, ପୋଲିସ ଓ ପାରାମିଲିଟାରୀ ଫୋର୍ସ ସାମିଲ

ପୁରୀ(କେନ୍ୟୁଜ୍): ଗୁଣ୍ଡିଚା ଯାତ୍ରା ଦିନ କିଭଳି ଶୃଙ୍ଖଳିତ ଭାବେ ଟଣାଯିବ ରଥ । ତା ପୂର୍ବରୁ ଚାଲିଛି ମକଡ୍ରିଲ୍‌। ପୁରୀ ରିଜର୍ଭ ପୋଲିସ ଲାଇନ ପଡ଼ିଆରେ ରଥ ଟଣା ମକଡ୍ରିଲ କରାଯାଉଛି । ତିନି ରଥର ସୁରକ୍ଷା, ରଥର ଇନର୍‌ ଓ ଆଉଟର କର୍ଡନ ଏବଂ ଜେନେରାଲ କର୍ଡନ ଦାୟିତ୍ୱରେ ଯେଉଁ ପୋଲିସ ଅଧିକାରୀ ଓ କର୍ମଚାରୀ ରହିବେ ସେମାନଙ୍କୁ ନେଇ ଏହି ମକଡ୍ରିଲ କରାଯାଉଛି। ପୋଲିସ ଓ ପାରାମିଲିଟାରୀ ଫୋର୍ସ ମଧ୍ୟ ସାମିଲ ଅଛନ୍ତି।

ଏଡିଜି ନିଜେ ଏହି ମକଡ୍ରିଲର ସମୀକ୍ଷା କରିଥିବା ବେଳେ ସୁରକ୍ଷା ବ୍ୟବସ୍ଥାର ମଧ୍ୟ ଅନୁଧ୍ୟାନ କରିଛନ୍ତି। ତିନୋଟି ଜିପକୁ ୩ଟି ରଥ ଭାବେ ନିଆଯାଇ କର୍ଡନ ମଧ୍ୟରେ ରଥ ଟଣାଯାଉଛି। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ପରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ଓ ଶେଷରେ ଜଗନ୍ନାଥ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଟଣାଯିବ। ସୁରକ୍ଷିତ ରଥଯାତ୍ରା ପାଇଁ ମୁତୟନ ରହିବେ ୧୭୦ ପ୍ଲାଟୁନ୍‌ ଫୋର୍ସ । ଜନଗହଳି ନିୟନ୍ତ୍ରଣ, ରଥଟଣା, ଟ୍ରାଫିକ ସୁପରିଚାଳନା ଓ ଭିଭିଆଇପିଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି

KNews Bureau

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

8 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

23 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

33 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

44 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

2 hours ago