ଆଜି କେବଳ ଖୋଲାଯିବ ରତ୍ନଭଣ୍ଡାର, କିନ୍ତୁ ହେବନି ଗଣତି

ପୁରୀ : ଆଜି ଖୋଲାଯିବ ରତ୍ନଭଣ୍ଡାର, କିନ୍ତୁ ଗଣତି ହେବନି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ସେ କହିଛନ୍ତି ଭିତର ରତ୍ନଭଣ୍ଡାରର ସୁରକ୍ଷା ଆମର ପ୍ରାଥମିକତା । ତେଣୁ ଆଜି ଗଣତି ହେବନି, ଭିତର ଓ ବାହାରର ଚାବି ଖୋଲାଯିବ । ରତ୍ନଭଣ୍ଡାରରୁ ସୁନା ଅଳଙ୍କାର ଷ୍ଟ୍ରଙ୍ଗରୁମକୁ ଟ୍ରାନ୍ସଫର ହେବା ପରେ, ଭିତର ରତ୍ନଭଣ୍ଡାରର ମରାମତି ହେବ । ଏଥିପାଇଁ ଲାଇଟ୍ ଏବଂ ସିସିଟିଭିର ବ୍ୟବସ୍ଥା କରାଯାଇଛି । ତେବେ ଏ ସବୁ କାମ କେତେ ଦିନରେ ସରିବ, ସେନେଇ ସ୍ପଷ୍ଟ ଭାବେ କହିହେବନି ବୋଲି ସେ କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।
ସେହିପରି ରତ୍ନଭଣ୍ଡାର ଭିତରକୁ ଯିବେ ୧୧ ଜଣ ସଦସ୍ୟ । ସେମାନେ ହେଲେ ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ASI ଅଧିକ୍ଷକ ,ରତ୍ନଭଣ୍ଡାର ସବ୍ କମିଟିର ଜଣେ, ହାଇଲେବୁଲ କମିଟିର ୨ ସଦସ୍ୟ । କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମୂଲ୍ୟବାନ ଅଳଙ୍କାରଗୁଡ଼ିକ ଗଣତି ମଣତି କରାଯିବ । ୧୯୭୮ର ଗଣତି ରିପୋର୍ଟକୁ ଭିତ୍ତିକରି ରତ୍ନ ଅଳଙ୍କାରଗୁଡ଼ିକୁ ମେଳକ କରାଯିବ । ରତ୍ନ ଅଳଙ୍କାରଗୁଡ଼ିକର ମାନ ପରୀକ୍ଷା ପାଇଁ ଧାତୁ ବିଶେଷଜ୍ଞ ଏବଂ ଅଭିଜ୍ଞ ବଣିଆଙ୍କୁ ନିୟୋଜିତ କରାଯାଇଛି ।