ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପଦକ୍ଷେପ ନିଅନ୍ତୁ : ନବୀନଙ୍କୁ କେନ୍ଦ୍ର ଆଇନମନ୍ତ୍ରୀଙ୍କ ଉତ୍ତର

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଆଇନମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କ ଚିଠି । ଗତ ୫ ତାରିଖରେ ମୁଖ୍ୟମନ୍ତ୍ରୀ ଦେଇଥିବା ଚିଠିର ଉତ୍ତର ରଖିଛନ୍ତି କେନ୍ଦ୍ରମନ୍ତ୍ରୀ । ରବିଶଙ୍କର ପ୍ରସାଦ ଏଥିରେ ଉଲ୍ଲେଖ କରିଛନ୍ତି ଯେ, ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପଦକ୍ଷେପ ନିଅନ୍ତୁ । ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସହ ଆଲୋଚନା କରିବା ସହ ତାଙ୍କ ସହମତି ନେଇ ପଦକ୍ଷେପ ନେବାକୁ ଓଡ଼ିଶା ସରକାରଙ୍କୁ କହିଛନ୍ତି କେନ୍ଦ୍ର ଆଇନ ମନ୍ତ୍ରୀ । ସେହିପରି ହାଇକୋର୍ଟ ସ୍ଥାୟୀ ବେଞ୍ଚ କେଉଁଠି ହେବ, ତା ପାଇଁ ଜମି, କୋଠା ନିର୍ମାଣ, ଜଜ୍‌ଙ୍କ ରହିବା ନେଇ ମୁଖ୍ୟ ବିଚାରପତିଙ୍କ ସହ ଆଲୋଚନା କରନ୍ତୁ ରାଜ୍ୟ ସରକାର । ସମସ୍ତ ପ୍ରସ୍ତୁତି ସହ ସମ୍ପୂର୍ଣ୍ଣ ପ୍ରସ୍ତାବ ପଠାଇବାକୁ କେନ୍ଦ୍ର ଆଇନ ମନ୍ତ୍ରୀ କହିଛନ୍ତି । ଏହାପରେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ କେନ୍ଦ୍ର ସରକାର ପଦକ୍ଷେପ ନେବେ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ରବିଶଙ୍କର ପ୍ରସାଦ । ନିକଟରେ ଏହି ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ପଶ୍ଟିମ ଓଡ଼ିଶା ମିଳିତ କ୍ରିୟାନୁଷ୍ଠାନ କମିଟି । ଏହାପରେ ଗତ ୫ ତାରିଖରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଆଇନମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.