ରାୟଗଡ଼ା ଡେପୁଟି କଲେକ୍ଟର ନିଲମ୍ବିତ, କାର୍ଯ୍ୟରେ ଅବହେଳା ପାଇଁ କାର୍ଯ୍ଯନୁଷ୍ଠାନ ଗ୍ରହଣ କଲେ ରାଜ୍ୟ ସରକାର

ରାୟଗଡ଼ା : ରାୟଗଡ଼ା ଡେପୁଟି କଲେକ୍ଟର ନିଲମ୍ବିତ। କାର୍ଯ୍ୟରେ ଅବହେଳା ପାଇଁ ଡେପୁଟି କଲେକ୍ଟର ପୂର୍ଣ୍ଣଚନ୍ଦ୍ର ଜେନାଙ୍କୁ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ନିଲମ୍ବନ ପରେ ପୂର୍ଣ୍ଣଚନ୍ଦ୍ର ଜେନାଙ୍କୁ ରାୟଗଡ଼ା ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନା ଥାଉକି, କାର୍ଯ୍ୟରେ ଅବହେଳା ପାଇଁ ପୂର୍ବରୁ ରାଜ୍ୟ ସରକାର ଏମିତି ଅନେକ ଅଧିକାରୀଙ୍କ ବିରୋଧରେ କାର୍ଯ୍ଯନୁଷ୍ଠାନ ଗ୍ରହଣ କରିଛନ୍ତି। ଯେତେ ବଡ ଉଚ୍ଚ ପଦସ୍ଥ ଅଧିକାରୀ ହୋଇଥିଲେ ମଧ୍ଯ କାର୍ଯ୍ୟରେ ଅବହେଳା କଲେ ବରଦାସ୍ତ କରାଯିବ ନାହିଁ ବୋଲି ପୂର୍ବରୁ ସରକାରଙ୍କ ପକ୍ଷରୁ ଚେତାବନୀ ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.