୨୪ ଘଣ୍ଟାରେ ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣି,ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ଦେବଗଡ଼କୁ ରେଡ ଆଲର୍ଟ

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ।  ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।  ପଶ୍ଚିମ ଓଡ଼ିଶାର ଅନ୍ୟ ସ୍ଥାନରେ ବି ଅଧିକ ବର୍ଷିବ।  କିଛି ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷିପାରେ ।

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଉପକୂଳ ଓଡ଼ିଶା ଅତିକ୍ରମ କରିବ। ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି ।  ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଲଘୁଚାପ ପ୍ରଭାବରେ ଆସନ୍ତା ୬ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି ।  ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Also read: ଛତିଶା ନିଯୋଗ ବୈଠକ ଶେଷ, ଚନ୍ଦ୍ରଗ୍ରହଣ ନୀତି ନିର୍ଘଣ୍ଟକୁ ଅନୁମୋଦନ