୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ, ୨୪ ଘଣ୍ଟା ପାଇଁ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ସୃଷ୍ଟି ଲଘୁଚାପ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଡିପ୍ରେସନ ଓଡିଶା ଓ ଛତିଶଗଡ଼ର ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ଆଜି ଭୀଷଣ ବର୍ଷା ପାଇଁ ୨ ଜିଲ୍ଲା କଳାହାଣ୍ଡି ଓ ରାୟଗଡ଼ାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି। ଏହି ୨ ଜିଲ୍ଲାରେ ୭ରୁ ୨୦ ସେମି କିମ୍ବା ଏହାଠାରୁ ଅଧିକ ବର୍ଷା ହୋଇପାରେ। ଏଥିରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ଆଶଙ୍କା ରହିଛି।

ଖାଲୁଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜିପାରେ। ଜଳନିଷ୍କାସନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳ ବର୍ଷା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୧୧ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୨ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟ ମଧ୍ୟରେ ୪୫ରୁ ୫୫କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.