ଲଗାଣ ବର୍ଷାରେ ଅଧା ଓଡ଼ିଶାର ହାଲ ବେହାଲ: ସକାଳ ୮:୩୦ ଯାଏ ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ଲଗାଣ ବର୍ଷାରେ ଅଧା ଓଡ଼ିଶାର ହାଲ ବେହାଲ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ଅନ୍ୟ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

(କେନ୍ୟୁଜ): ଲଗାଣ ବର୍ଷାରେ ଅଧା ଓଡ଼ିଶାର ହାଲ ବେହାଲ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ବିତ୍ପାତ । ଭୀଷଣ ବର୍ଷା ପାଇଁ ସକାଳ ୮ଟା ୩୦ ଯାଏ ୧୦ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ବୌଦ୍ଧ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଳାରେ ୭ରୁ ୨୦ ସେଣ୍ଟିମଟର ଯାଏ ବର୍ଷା ହେବ ।

ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ସେହିପରି ବାଲେଶ୍ବର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର ଓ ଯାଜପୁରରେ ପ୍ରବଳ ବର୍ଷା ହେବାକୁ ଥିବା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତ୍ତୀ ସମୟରେ ବର୍ଷା ପରିମାଣ କମିବ । ଆଜି ଅପରାହ୍ଣଠାରୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଜିଲ୍ଲା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାରେ ବର୍ଷା ପରିମାଣ କମିବ ବୋଲି ଆକଳନ କରାଯାଇଛି ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.